ଆଜି ବିଶ୍ୱ ମାତୃ ଦିବସ ! ଇତିହାସ ପୃଷ୍ଠାରୁ ଆରମ୍ଭ ହୋଇଥିଲା ମାତୃ ଦିବସର ସଫଳ ଯାତ୍ରା ।

Advertisment
ଆଜି ବିଶ୍ୱ ମାତୃ ଦିବସ ! ଇତିହାସ ପୃଷ୍ଠାରୁ ଆରମ୍ଭ ହୋଇଥିଲା ମାତୃ ଦିବସର ସଫଳ ଯାତ୍ରା ।

ମା’ ଶବ୍ଦଟି ଛୋଟ ହୋଇପାରେ କିନ୍ତୁ ଅର୍ଥ ବ୍ୟାପକ। ୧୦ ମାସ ୧୦ ଦିନ ନିଜ ଗର୍ଭର ଛାୟାରେ ଆଉ ଏକ ଜୀବନକୁ ପାଳି ଏକ ନୂତନ ସମ୍ଭାବନାକୁ ଯେ ସଂସାରକୁ ଆଣେ ସେ ହେଉଛି ମା’ । ସନ୍ତାନର ଅଳିଅଝଟକୁ ପୁରଣ କରି କୋଳେଇ କାଖେଇ ବଡ କରୁଥିବା ମଣିଷଟି ହେଉଛି ମା’ । ଆଜି ହେଉଛି ସେହି ମା’ର ଦିନ । ଯେ ପିଲାଟିବେଳୁ ନିଜେ ନଖାଇ ଛୁଆର ପେଟକୁ ଆଗ ଦେଖେ । ନିଜ ଛୁଆର ଓଠରେ ଟିକେ ହସ ଦେଖିବାକୁ ଜୀବନର ସବୁ ଦୁଃଖ କଷଣକୁ ମଥା ପାତି ସହିଯାଏ। ଭୋକ ଲାଗିବା ଆଗରୁ ପେଟ ଚିହ୍ନି ଖାଇବା ବାଢ଼ିଦିଏ। ଦେହ ପା ଖରାପ ହେଲେ ସାରା ରାତି ଚେଇଁ ରହେ। ସେଇଥି ପାଇଁ ତ ସେ ମା’। ସ୍ୱର୍ଗଠାରୁ ବଡ଼, ପୁଣି ଈଶ୍ୱରଙ୍କଠୁ ମହାନ। ସେଇ ପ୍ରେରଣାଦାୟୀ, ମମତାମୟୀ ମା’ ପାଇଁ ଆଜି ଦିନଟି ଉତ୍ସର୍ଗ। publive-image୧୮୬୧ରୁ ୧୮୬୫ ମସିହା ପର୍ୟ୍ୟନ୍ତ ଯୁକ୍ତରାଷ୍ଟ୍ର ଆମେରିକାରେ ଦାସତ୍ୱ ପ୍ରଥା ଯୋଗୁ ସଂଘର୍ଷ ଲାଗି ରହିଥିଲା। ସେହି ସମୟରେ ଜଣେ ସାଧାରଣ ମହିଳା ରୁଗ୍ଣ, ଅସହାୟ ଓ ଆହତମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ତାଙ୍କ ଉତ୍ସର୍ଗୀକୃତ ସେବା ଯୋଗୁଁ ସେ ସମସ୍ତଙ୍କଠାରେ ଆଦରଣୀୟା ଥିଲେ। ତାଙ୍କ ବିୟୋଗ ପରେ, ତାଙ୍କର ସୁକନ୍ୟା ଆନ୍ନା ଜାର୍ଭିସ୍ ନିଜର ସ୍ନେହମୟୀ ମାଆଙ୍କର ସ୍ମୃତି ରକ୍ଷା ନିମେନ୍ତ ପ୍ରଥମ ଥର ପାଇଁ ପାଳନ କରିଥିଲେ ‘ମାତୃ ଦିବସ’। publive-image୧୯୧୪ ମସିହାରେ ରାଷ୍ଟ୍ରପତି ଉଡ୍ର ଓ୍ଵିଲ୍ସନ୍ ଏହି ସେବାକାରିଣୀ ମାଆଙ୍କ ସ୍ମୃତି ରକ୍ଷା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ ମାସର ଦ୍ୱିତୀୟ ରବିବାରକୁ ‘ମାତୃ ଦିବସ’ ରୂପେ ପାଳନ ପାଇଁ ଘୋଷଣା କରିଥିଲେ। ପରେ ତାହା ଆମେରିକୀୟମାନଙ୍କ ଲାଗି ଏକ ଜାତୀୟ ଦିବସର ମାନ୍ୟତା ପାଇଥିଲା। ବିଶ୍ୱର ଏକାଧିକ ରାଷ୍ଟ୍ରରେ ଏହି ଦିବସ ପାଳନ ହେଉଥିବାବେଳେ ଆମ ଦେଶରେ ମଧ୍ୟ ମେ ମାସ ଦ୍ୱିତୀୟ ରବିବାରକୁ ମାତୃ ଦିବସ ଭାବେ ପାଳନ କରାଯାଉଛି। ଜନ୍ମଦାତ୍ରୀ ‘ମାଆ’ ଶବ୍ଦର ତୁଳନା ନାହିଁ କି ବିକଳ୍ପ ନାହିଁ। ଶିଶୁଟିଏ ଜନ୍ମ ହେବା ମାତ୍ରେ ପ୍ରଥମେ ସେ ‘ମାଆ’ ଶବ୍ଦ ହିଁ ଉଚ୍ଚାରଣ କରିଥାଏ। ମାଆ କୋଳ ତା’ ପାଇଁ ସବୁଠାରୁ ନିରାପଦ ଆଶ୍ରୟସ୍ଥଳୀ। କଷ୍ଟ ସହି ନିଜ ଶିଶୁ ପାଇଁ ସୁଖ ଦେବାରେ ମଧ୍ୟ ମାଆର ଆନନ୍ଦ ଅତୁଳନୀୟ। ଆଜି ଦୁନିଆର ସବୁ ମାଆ ପାଇଁ ଶ୍ରଦ୍ଧା ଓ ସମ୍ମାନର ଦିନଟିଏ। । ଇତ୍ୟ ଅବସରରେ ମାତୃ ଦିବସ ପାଇଁ ସମସ୍ତ ମା’ଙ୍କୁ କନକ ପରିବାର ତରଫରୁ ହାର୍ଦ୍ଧିକ ଅଭିନନ୍ଦନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe