କନକ ବ୍ୟୁରୋ : ଆରମ୍ଭ ହେଲା ଆଇପିଏଲ ମିନି ନିଲାମୀ । ମୋଟ ୪୦୫ ଜଣ ଖେଳାଳୀଙ୍କ ମଧ୍ୟରୁ ୮୭ ଜଣ ଖେଳାଳୀଙ୍କୁ କିଣିବାକୁ ଆରମ୍ଭ ହୋଇଛି ନିଲାମୀ । ଆଉ ଏହା ଭିତରେ ଇଂଲଣ୍ଡର ଖେଳାଳୀ ହ୍ୟାରୀ ବ୍ରୁକଙ୍କୁ ୧୩.୨୫ କୋଟି ଟଙ୍କାରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ । ହ୍ୟାରୀଙ୍କର ବେସ୍ ପ୍ରାଇସ ୧.୫ କୋଟି ଥିବା ବେଳେ ପ୍ରଥମେ ରାଜସ୍ଥାନ ଓ ବାଙ୍ଗାଲୋର ମଧ୍ୟରେ ଲଢେଇ ଦେଖିବାକୁ ମିଳିଥିଲା । କିନ୍ତୁ ଶେଷରେ ହାଇଦ୍ରାବାଦ ଏହି ରେସରେ ସାମିଲ ହେବା ସହ ହ୍ୟାରୀଙ୍କୁ ଦଳରେ ସାମିଲ କରିଥିଲା । ସେହିଭଳି ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କୁ ମଧ୍ୟ ୮.୨୫ କୋଟି ଟଙ୍କାରେ କିଣିଛି ହାଇଦ୍ରାବାଦ ।
Brook-ing Bad with our first buy. 🔥
Harry Brook is a RISER. 🧡#BackToUppal#OrangeArmy#TATAIPLAuctionpic.twitter.com/L8EW45zQvL
— SunRisers Hyderabad (@SunRisers) December 23, 2022
ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ଥିବା କେନ୍ ୱିଲିୟମସନଙ୍କୁ ବେସ୍ ପ୍ରାଇସ୍ ୨ କୋଟି ଟଙ୍କାରେ କିଣିଛି ଗୁଜୁରାଟ ଟାଇଟନ୍ସ । ସେହିଭଳି ରାହାଣେଙ୍କୁ ୫୦ ଲକ୍ଷ ଟଙ୍କାରେ କିଣିଛି ଚେନ୍ନାଇ ସୁପର କିଙ୍ଗସ । ସେହିଭଳି ଇଂଲଣ୍ଡର ପୂର୍ବତନ ଅଧିନାୟକ ଜୋ ରୁଟଙ୍କୁ ପ୍ରଥମ ନିଲାମୀରେ କୌଣସି ଫ୍ରାଞ୍ଚାଇଜ କିଣିବାକୁ ଆଗ୍ରହ ଦେଖାଇନାହାନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/12/Harry-Brook.jpg)