କନକ ବ୍ୟୁରୋ: ଓଡ଼ିଶାର ନବ ନିଯୁକ୍ତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଗତକାଲି ମଧ୍ୟାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ଓ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ଆଜି ସକାଳ ୧୦ଟାରେ ସେ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ପରେ ସନ୍ଧ୍ୟା ୬ଟା ୧୦ ମିନିଟ୍ ସମୟରେ ଶପଥ ଗ୍ରହଣ କରିବେ। ଆଜି ସନ୍ଧ୍ୟାରୁ ବିଧିବଦ୍ଧ ଭାବେ ଓଡ଼ିଶାର ୪୫ତମ ରାଜ୍ୟପାଳ ଭାବେ ସେ ଦାୟିତ୍ୱ ଗ୍ରହଣ କରିବେ।
ଗତକାଲି ପ୍ରଫେସର ଲାଲ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ରାଜ୍ୟ ପୁଲିସ୍ ପକ୍ଷରୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସମେତ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ମନ୍ତ୍ରୀ ଶଶୀଭୂଷଣ ବେହେରା, ଅନନ୍ତ ଦାସ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଫୁଲ୍ଲ ସାମଲ, ରମେଶ ମାଝୀ, ଚନ୍ଦ୍ରସାରଥୀ ବେହେରା, ବିଧାୟକ ସୁଦାମ ମାର୍ଣ୍ଡି, ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, ଉନ୍ନୟନ କମିସନର୍ ଆର୍ ବାଲକ୍ରିଷ୍ଣନ୍, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ପୁଲିସ୍ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା, ପୁଲିସ୍ କମିସନର୍ ଯୋଗେଶ ବାହାଦୂର ଖୁରାନିଆ ଓ ଡିସିପି ଅନୁପ ସାହୁ ପ୍ରମୁଖ ଉପସ୍ଥିତ ରହି ସ୍ୱାଗତ କରିଥିଲେ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/05/Ganeshi-Lal-750x430.jpg)
/kanak/media/post_attachments/wp-content/uploads/2018/05/vlcsnap-2018-05-29-07h42m14s916-300x240.png)