କନକ ବ୍ୟୁରୋ : ଏଏସଓ ପରୀକ୍ଷାରେ ଅନିୟମିତତତା ମାମଲା । ହାଇକୋର୍ଟରେ ରିଟ୍ ଓ ରିଭ୍ୟୁ ପିଟିସନର ଶୁଣାଣି ।  ଆବେଦନର ଶୁଣାଣି କରି କୋର୍ଟ ରାୟକୁ ସଂରକ୍ଷିତ ରଖିଛନ୍ତି । ପୂର୍ବରୁ ହାଇକୋର୍ଟ ଏଏସଓ ଲିଖିତ ପରୀକ୍ଷା ମେରିଟ୍ ଖାରଜ କରି ପୁନଃ ମେରିଟ୍ ଲିଷ୍ଟ୍ ପ୍ରକାଶ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶ ବଳବତ୍ତର ରହିଥିବା ବେଳେ ପୁଣି କିଛି ପରୀକ୍ଷାର୍ଥୀ ନିର୍ଦ୍ଦେଶକୁ ରିଭ୍ୟୁ କରିବା ପାଇଁ ହାଇକୋର୍ଟରେ ଦୁଇଟି ଆବେଦନ ହୋଇଥିଲା ।

Advertisment

 

୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା । ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ । ଆରମ୍ଭରୁ ବିବାଦରେ ରହିଥିବା ଏଏସଓ ପରୀକ୍ଷାକୁ ନେଇ କେତେକ ପ୍ରାର୍ଥୀ ଧାରଣା ଦେଇଥିଲେ। ଏ ନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା । ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା ।

ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ/ନଥିପତ୍ର ଯାଞ୍ଚ ଓ କମ୍ପ୍ୟୁଟର (ପ୍ରାକ୍ଟିକାଲ) ସ୍କିଲ ଟେଷ୍ଟ ପାଇଁ ଡକାଯାଇଥିଲା । କିନ୍ତୁ ଏହା ପରେ ମଧ୍ୟ ଏଏସଓ ନିଯୁକ୍ତି ପ୍ରକ୍ରିୟାର ବିବାଦ ପଛ ଛାଡି ନଥିଲା । ଏଏସଓ ପରୀକ୍ଷାରେ ନିୟମ ଉଲ୍ଲଂଘନ ହୋଇଛି। ନିୟମ ଅନୁସାରେ ମେଧା ତାଲିକା ପ୍ରସ୍ତୁତ କରାଯାଇ ନାହିଁ ବୋଲି ଅଭିଯୋଗ ହୋଇଥିଲା ।