ଆହୁରି ୨ ଦିନ ରାଜ୍ୟରେ ଲାଗି ରହିବ ଗ୍ରୀଷ୍ମପ୍ରବାହ ସ୍ଥିତି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ।

267

କନକ ବ୍ୟୁରୋ: ଆହୁରି ୨ଦିନ ଯାଏ ଜାରି ରହିବ ଗ୍ରୀଷ୍ମପ୍ରବାହ ସ୍ଥିତି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା । ରବିବାର ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ଅନେକ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଗୁଳୁଗୁଳି ନେଇ ସତର୍କତା ଜାରି କରାଯାଇଛି । ସେହିପରି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପବନ, ଘଡ଼ଘଡ଼ି ସହ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ ଦକ୍ଷିଣ, ଉପକୂଳ ଓ ଉତ୍ତର ଓଡ଼ିଶାର ୧୬ ଜିଲ୍ଲାକୁ ଜଡ଼ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଏହାପରେ ଧିରେ ଧିରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଛି । ୪୩.୮ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଝାରସୁଗୁଡ଼ାରେ ୪୩.୬, ନୂଆପଡାରେ ୪୩, ସମ୍ବଲପୁରରେ ୪୨.୮, ରାଉରକେଲା ଓ ତାଲଚେରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।