ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ! ୪୦ ଡିଗ୍ରି ଉପରେ ୫ ସହର

181

କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଟିଟିଲାଗଡ଼ ଓ ମାଲକାନଗିରି ତାପମାତ୍ରା ପୁଣିଥରେ ୪୧ ଡିଗ୍ରିରେ ପହଞ୍ଚିଛି । ଏଥିସହ ୫ଟି ସହରର ତାପମାତ୍ରା ୪୦ ଡିଗ୍ରି ଟପିଯାଇଛି । ୬ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ । ଏପ୍ରିଲ ୭ ଓ ୮ ତାରିଖରେ ପାଗରେ କିଛିଟା ପରିବର୍ତନ ହେବ । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ହେବ । ଏଦିଗରେ ସତର୍କତା‌ ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୬ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ଏହାପରେ କିନ୍ତୁ ପାଣିପାଗ ବଦଳିବ । ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଧା, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ କାଳବୈଶାଖୀ ହୋଇପାରେ ।

୪୮ ଘଣ୍ଟା ଧରି ଏଭଳି ସ୍ଥିତି ଲାଗିରହିବ । ୯ ତାରିଖଠାରୁ ସାମାନ୍ୟ ପରିବର୍ତନ ହୋଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲି, ପାରାଦୀପ, କେନ୍ଦ୍ରାପଡ଼ା, କଟକର କେତେକ ସ୍ଥାନରେ କୁଆପଥର ବର୍ଷା ହୋଇଥିଲା । ଆଜି ରାତିରେ ବି କେତେକ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଥିବାରୁ ସତର୍କ ସୂଚନା ଜାରି ହୋଇଛି ।