ଜଳୁଛି ପଶ୍ଚିମ ଓଡିଶା, ଉପକୂଳରେ ଅସହ୍ୟ ଗୁଳୁଗୁଳି । ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ତାତି ୩୧, ଆର୍ଦ୍ରତା ୮୭ ପ୍ରତିଶତ

180

କନକ ବ୍ୟୁରୋ : ଆଜି ବି ରାଜ୍ୟରେ ଅନୁଭୂତ ହେବ ଅସହ୍ୟ ତାତି । ଆଜି ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ରାଜଧାନୀର ଆଦ୍ରତା ୮୭ ପ୍ରତିଶତ ରହିଛି । ଆଜି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ନୂଆପଡ଼ା ଓ କଳାହାଣ୍ଡିରେ ବି ଗ୍ରୀଷ୍ମପ୍ରବାହ ବି ଅନୁଭୂତ ହେବ । ଉପକୂଳ ଓଡ଼ିଶାର ବି ଭୀଷଣ ଗୁଳୁଗୁଳି କଲବଲ କରିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ଗୁଳୁଗୁଳି ହେବ ।

ଆସନ୍ତାକାଲି ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ୪୬ ଡିଗ୍ରୀ ଉପରେ ରହିଥିଲା ୪ ସହର । ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୬ ଦଶମିକ ୩ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେପଟେ ଆଜି କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।