କନକ ବ୍ୟୁରୋ: ଆସନ୍ତା ୩ଦିନ ଯାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୫ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବ। ଏଥିପାଇଁ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଛି।
ସେହିପରି ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଦେବଗଡ଼ ଆଦି ରହିଛି।
#୩ଦିନ ଯାଇଁ #ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରୀ | ଆଗାମୀ #୨୪ଘଣ୍ଟା ରେ #୫ଜିଲ୍ଲାକୁ#ତୀବ୍ର ଶୀତ ଲହରୀ ପାଇଁ #ଅରେଞ୍ଜ ୱାର୍ଣ୍ଣିଂ ଏବଂ #୧୧ଜିଲ୍ଲାକୁ ଶୀତ ଲହରୀ ପାଇଁ #ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଉପକୂଳବର୍ତ୍ତୀ ଜିଲ୍ଲାରେ ରାତ୍ରି ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ ଡ଼ିଗ୍ରୀ କମ ରହିବାର ସମ୍ଭାବନା | pic.twitter.com/eBNhinnCzo
— Meteorological Centre, Bhubaneswar (@mcbbsr) December 20, 2020
ତେବେ ଉପକୂଳବର୍ତ୍ତୀ ଜିଲ୍ଲାରେ ରାତ୍ରିରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ ଡ଼ିଗ୍ରି କମ ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଟୁଇଟ କରି ସୂଚନା ଦିଆଯାଇଛି। ଆଜିଠାରୁ କେତେକ ଜିଲ୍ଲାରେ ପୂର୍ବ ଅପେକ୍ଷା ଅଧିକ ଥଣ୍ଡା ଅନୁଭୂତ ହେଉଛି। ସନ୍ଧ୍ୟା ୭ଟା ପରେ ରାସ୍ତା ଘାଟ ଶୁନଶାନ ହୋଇଯାଉଥିବା ବେଳେ କେତେକ ସ୍ଥାନରେ ଲୋକ ନିଆଁ ଜାଳି ତା’ପାଖରେ ବସି ମଜା ନେଉଥିବା ଦେଖିବାକୁ ମିଳିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/12/10-17.jpg)