କାଲି ଠାରୁ ୧୩ ତାରିଖ ଯାଏଁ ଭିଜିବ ଓଡ଼ିଶା : ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା

2,904

କନକ ବ୍ୟୁରୋ : କାଲି ଠାରୁ ୧୩ ତାରିଖ ଯାଏଁ ଭିଜିବ ଓଡ଼ିଶା । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ହେବ । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି  । ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।  ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଉ ଏଥିପାଇଁ କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏବଂ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜୁନ୍ ୧୩ ଯାଏ ଏଭଳି ସ୍ଥିତି ଲାଗି ରହିବ।

ସେହିପରି ଗୁରୁବାର ଅପରାହ୍ଣ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ଢ଼େଙ୍କାନାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନ୍ରାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ, ଏହାକୁ ଦୃଷ୍ଟିରେ ଏହି ସମସ୍ତ ଜିଲ୍ଲା ପାଇଁ ଗୁରୁବାର ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ଏଥିସହ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟ ଭିଜିବ। ଏବଂ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ରୁ ୧୧ ତାରଖ ମଧ୍ୟରେ ମୌସୁମୀ ପହଞ୍ଚିବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comments are closed.