୨୪ ଘଣ୍ଟା ରାଜ୍ୟବାସୀଙ୍କୁ ନିସ୍ତାର ନାହିଁ । ୪୮ ଘଣ୍ଟା ସମୁଦ୍ର ରହିବ ଅଶାନ୍ତ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Advertisment
ୱେଲମାର୍କ ଲୋ-ପ୍ରେସରରେ ପରିଣତ ହେଲା ଲଘୁଚାପ: ୪୮ ଘଂଟା ମଧ୍ୟରେ ନେବ ଅବପାତର ରୂପ; ପାଣିପାଗ ବିଭାଗର ସୂଚନା ୮ ତାରିଖ ପରେ ହୋଇପାରେ ବର୍ଷା
କନକ ବ୍ୟୁରୋ : ଆଉ ୨୪ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ ପ୍ରବଳ ବର୍ଷା। ୮ ତାରିଖ ପୂର୍ବାହ୍ନଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ବର୍ଷା କମିବା ସହ କେତେକ ସ୍ଥାନରେ କୋହଲା ପାଗ ଲାଗି ରହିବ। ତେବେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆସନ୍ତା ୧୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଅର୍ଧାଧିକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ପୁରୀ, ଖୋର୍ଧା, ଜଗତ୍ସିଂହପୁର, କଟକ, ବଲାଙ୍ଗୀର, ନୂଆପଡ଼ା, ସୋନପୁର ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ଶହେ ମିମିରୁ ବି ଅଧିକ ବର୍ଷା ହୋଇପାରେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
publive-imageସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ଏହି ସମୟ ମଧ୍ୟରେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଅର୍ଥାତ୍ ୭୦ରୁ ୮୦ ମିମି ବର୍ଷା ହୋଇପାରେ। ୮ ତାରିଖରେ ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ରହିବ। ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ହୋଇପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ କମିବ। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଛତିଶଗଡ଼ ଦେଇ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ରାଜ୍ୟରେ ବର୍ଷାର ପ୍ରଭାବ ଧୀରେ ଧୀରେ ହ୍ରାସ ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଯଥା ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀରରେ ପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ କାଁ ଭାଁ ବର୍ଷା ହୋଇପାରେ। ୮ ତାରିଖରୁ ଦକ୍ଷିଣ ଉପକୂଳରେ ଶୁଖିଲା ତଥା ଖରାଟିଆ ରହିବ। ଉତ୍ତର ଓଡ଼ିଶାରେ ପାଗ ମେଘୁଆ ରହିବ। ୮ ଓ ୯ରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ସେ କହିଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe