୪୮ ଘଂଟାରେ ପ୍ରବଳ ବର୍ଷା : ଓଡିଶା ସମେତ ୧୬ଟି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କଲା ଆଇଏମଡି, ଲଘୁଚାପ ପ୍ରଭାବରେ ୧୪ରୁ ପ୍ରବଳ ବର୍ଷା

88

କନକ ବ୍ୟୁରୋ: ଉତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଂଟା ମଧ୍ୟରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଆଜିଠୁ ୧୬ ତାରିଖଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ୧୫ ତାରିଖ ଯାଏଁ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୨ ଓ୧୩ ତାରିଖରେ ଦକ୍ଷିଣ ଓଡିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ରାୟଗଡାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ।

୧୪ ଓ ୧୫ ତାରିଖ ବେଳକୁ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାର ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର ଓ ଉତର ଓଡିଶାର ଭଦ୍ରକ, ବାଲେଶ୍ୱର ଓ ମୟୂରଭଂଜରେ ପ୍ରବଳ ବର୍ଷା ହେବ । ୧୬ ତାରିଖ ବେଳକୁ ପଶ୍ଚିମ ଓଡିଶାରେ ବର୍ଷା ବଢିବ । ସୁ୍ନ୍ଦଋଜ୍ଞଙ୍ଗ, ସୋନପୁର ଓ ବଲାଙ୍ଗୀରରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୨ ଓ ୧୩ ତାରିଖରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡ଼ାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ଖୋର୍ଦ୍ଧା, କେନ୍ଦୁଝରର କେତେକ ସ୍ଥାନରେ ବର୍ଷା ଲାଗି ରହିବ। କିନ୍ତୁ ୧୪ ଓ ୧୫ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଉତ୍ତର ଓଡ଼ିଶାର ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳ ବର୍ଷା ଲାଗି ରହିବ। ୧୪ତାରିଖରେ ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାସହ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସୋନପୁର, ବଲାଙ୍ଗୀରରେ ବି ବର୍ଷା ହେବ। କିନ୍ତୁ ୧୬ତାରିଖ ବେଳକୁ ପଶ୍ଚିମ ଓଡ଼ିଶାରେ ବର୍ଷା ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ାର କେତେକ ସ୍ଥାନରେ ପ୍ରବଳର ବର୍ଷା ହେବ। ୧୭ତାରିଖ ବେଳକୁ ପାଗ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।