ଲଘୁଚାପ ଆସୁଛି, ସାଥିରେ ଆଣୁଛି ବଡ ବର୍ଷା; ୩ ଦିନ ଧରି ପ୍ରବଳ ଛେଚିବ ! ଉତ୍ତର-ପଶ୍ଚିମ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କନକ ବ୍ୟୁରୋ: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୧୨ ଘଂଟାରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆଜିଠାରୁ ତିନି ଦିନ ଯାଏଁ ଉତ୍ତର ଓ ପଶ୍ଚିମ ଓଡିଶା, ଦକ୍ଷିଣ ଝାଡଖଣ୍ଡ, ଉତ୍ତର ଛତିଶଗଡ ସହ ପୂର୍ବ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ହେବ । ଲଘୁଚାପର ପ୍ରଭାବରେ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଆଜି ଉତ୍ତର ଓ ପଶ୍ଚିମ ଓଡିଶାର ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗିର, ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସମୟ ମଧ୍ୟରେ ଉପକୂଳ ଓଡିଶା ସମେତ ମାଲକାନଗିରି, ରାୟଗଡା, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

୧୩ ଓ ୧୪ ତାରିଖରେ ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡା ଓ କଟକରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ତେଣୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଆଜି ସୁଦ୍ଧା ଫେରିଆସିବାକୁ ପରାମର୍ଶ ଦିଆଯାଇଛି । ସେହିପରି ୧୪ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe