ଅବପାତ ପ୍ରଭାବରେ ୨ଦିନ ଅତି ପ୍ରବଳ ବର୍ଷା : ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ; ୧୨ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି 

1,426

କନକ ବ୍ୟୁରୋ : ଆଜିଠୁ ଦୁଇ ଦିନ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି । କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି,କନ୍ଧମାଳ, ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୦ ତାରିଖରୁ ୨୧ତାରିଖ ସାଢେ ୮ଟା ଯାଏଁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବେବଗଡ, ସମ୍ବଲପୁର, ବରଗଡ, ସୋନପୁର ଓ ବଲାଙ୍ଗୀର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଓ ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

ଅବପାତର ରୂପ ନେଇଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ୬ ଘଣ୍ଟା ଭିତରେ ଗଭୀର ଅବପାତ ହେବ । ସଂଧ୍ୟା ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ ।  ଆଇଏମଡି ଡିଜି କହିଛନ୍ତି, ଗତିପଥର ଦିଗ ସଂଧ୍ୟାରେ ବାଲେଶ୍ୱର ଓ ସାଗର ଆଇଲ୍ୟାଣ୍ଡ ଦେଇ କରିବ ।  ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଦେଇ ଯିବ ଅବପାତ । ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼କୁ ଗତି କରି ଦୁର୍ବଳ ହେବ ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି ।  ଏହା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା ।