ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା : ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହେଲା ସତର୍କ ସୂଚନା

2,179

କନକ ବ୍ୟୁରୋ : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରପଡ଼ା, ପୁରୀ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ପୁରୀ ଓ କଟକ ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

୨୩ରୁ ୨୪ ତାରିଖ ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳହାଣ୍ଡି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡା ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ୨୪ରୁ ୨୬ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡା, ସୋନପୁର, ସୁନ୍ଦରଗଡ଼, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ସମେତ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।