କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢ଼େଙ୍କାନାଳ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ସୁବର୍ଣ୍ଣପୁର ରହିଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହିତ ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଯାବତ ତାଳଚେରରେ ୩୪.୬ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ମାଲକାନଗିରିରେ ସର୍ବନିମ୍ନ ୨୨.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/HEAVY_RAINFALL_THUM-0000000-1-1024x576.jpg)