ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ୨୪ ଘଂଟା ମଧ୍ୟରେ ବର୍ଷା ସମ୍ଭାବନା

23

କନକ ବ୍ୟୁରୋ : ପୁଣି ଆସୁଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ୨୪ ଘଂଟା ମଧ୍ୟରେ ବର୍ଷା ସଂଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ ବୋଲି ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।