କନକ ବ୍ୟୁରୋ : ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ବଲାଙ୍ଗିର, ରାୟଗଡ଼ା, ଗଜପତି, କନ୍ଧମାଳ. ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

Advertisment

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ମୁକାବିଲା ପାଇଁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାରଠାରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି ।