ଆସୁଛି ଲଘୁଚାପ । ତିନି ଦିନ ଅତି ପ୍ରବଳ ବର୍ଷା

2,391

କନକ ବ୍ୟୁରୋ : ମୌସୁମୀ ଆସିବା ପରେ ବଙ୍ଗୋପସାଗରରେ ଚଳିତ ବର୍ଷ ପ୍ରଥମ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଆଉ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆଜି ୧୦ଜି ୧୨ ଘଂଟାରେ ଲଘୁଚାପ ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଉତର-ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତୀ ଉତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରୀୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଓଡିଶାକୁ ମୌସୁମୀ ବାୟୁ ପ୍ରବେଶ କରି ସାରିଥିବାବେଳେ ବଙ୍ଗୋପସାଗରରେ ଆସୁଥିବା ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ । ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ୨୭ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ବର୍ଷା ଜନିତ ସତର୍କ ସୂଚନା ଜାରି କରାଯାଇଛି । ଆଜି ସମ୍ବଲପୁର, ଅନଗୁଳ, ବୌଦ୍ଧ, ସୋନପୁର, ବରଗଡ, ଦେବଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଆସୁଥିବାରୁ ରାଜ୍ୟରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପରେ, ସବୁ ଜିଲ୍ଳାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।