ପୁଣି ବର୍ଷିବ: ଆଜି ପୂର୍ବାହ୍ନ ସୁଦ୍ଧା ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଚାଷୀଙ୍କ ପାଇଁ ଆସୁଛି ଭଲ ଖବର: ୪ ଓ ୫ ତାରିଖରେ ବର୍ଷା ସମ୍ଭାବନା; ସାରା ଓଡିଶାରେ ହେବ ବର୍ଷା, କେତେକ ସ୍ଥାନରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

କନକ ବ୍ୟୁରୋ: ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପବଳୟରେ ପରିଣତ ହେବ। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କାଁ ଭାଁ କେତୋଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ପୂର୍ବାହ୍ନ ସୁଦ୍ଧା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

publive-image

୧୯ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ହେବ। ୨୦ ତାରିଖରେ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଧା ଓ ଜଗତ୍ସିଂହପୁରର କେତେକ ସ୍ଥାନରେ ବଜ୍ରପାତର ଆଶଙ୍କା ରହିଛି। ତାହାକୁ ଦୃଷ୍ଟିରେ ରଖି ଉକ୍ତ ଜିଲ୍ଲାଗୁଡ଼ିକ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୨ ତାରିଖରେ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗତ ୧୨ ଘଣ୍ଟା ମଧ୍ୟରେ କେବଳ ଭୁବନେଶ୍ବରରେ ୧୧.୨ ମିମି ବର୍ଷା ହୋଇଛି। ଓଡ଼ିଶାରେ ବାକି ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe