୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଚେତାବନୀ: ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

266

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି ।

୧୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମମ୍ଭଗଜପତି, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।