କନକ ବ୍ୟୁରୋ : ଆସନ୍ତା ୧୨ ଘଣ୍ଟାରେ ରାଜ୍ୟର ୧୧ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ୧୧ଟି ଜିଲ୍ଲାରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାଛଡା ରାଜ୍ୟର ଅନ୍ୟ ୧୦ ଟି ଜିଲ୍ଲା ପାଇଁ ମଧ୍ୟ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, ଗଞ୍ଜାମ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଦା, ଜଗତସିଂହପୁର, ପୁରୀ, ନୟାଗଡ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହି ସମୟ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡିକୁ ଆଗୁଆ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/07/GettyImages-694501366-e1508076414394-770x433.jpg)