ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ! ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

278

କନକ ବ୍ୟୁରୋ : ଗତ ୨୪ଘଣ୍ଟାରେ ରାଜ୍ୟର ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇଛି । ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବିଜୁଳି, ଘଡଘଡି ମାରିବା ନେଇ ସତର୍କତା ଜାରି କରାଯାଇଛି । ଏନେଇ କୋରାପୁଟ, ମାଲାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଉ ୨ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବିଜୁଳି ଘଡଘଡି ଜାରି ରହିବ । ଆସନ୍ତାକାଲି ମଧ୍ୟ ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁରରେ ପ୍ରବଳ ବର୍ଷା ଜାରି ରହିବ । ଏନେଇ ଉପରୋକ୍ତ ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗୁରୁବାରଠାରୁ ବର୍ଷାର ପରିମାଣ କମିବ । ପରେ ଆସନ୍ତା ୧୦ତାରିଖ ବେଳକୁ ପୁଣି ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି ।