ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ ; ଦୁଇ ଦିନ ପ୍ରବଳ ବର୍ଷା , ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ସୂଚନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ ; ଦୁଇ ଦିନ ପ୍ରବଳ ବର୍ଷା , ଆଜି ୭ ଜିଲ୍ଲାକୁ ପ୍ରବଳ ବର୍ଷା ସୂଚନା

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ୨ ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଲଗ୍ନ ବାଂଲାଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଜି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନାଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ। କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ସେହିପରି କାଲି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe