ପ୍ରବଳରୁ ଅତିପ୍ରବଳ ବର୍ଷିବ! ୨୪ ଘଣ୍ଟା ଭିତରେ ବର୍ଷା ସହ ଝଡତୋଫାନ ଆଶଙ୍କା, ଓଡିଶା ସମେତ ୫ଟି ରାଜ୍ୟ ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

47

କନକ ବ୍ୟୁରୋ : ଓଡ଼ିଶା ସମେତ ୫ଟି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଉତରାଖଣ୍ଡର ସ୍ଥିତି ଅତି ସଂଗୀନ ହେବ ବୋଲି ଆଇଏମଡି ସତର୍କ କରାଇଦେଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଆଦି ରାଜ୍ୟର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ସେହିପରି ୨୦ଟି ରାଜ୍ୟରେ ବର୍ଷା ଜାରି ରହିବ । ତେବେ ୨୪ ଘଂଟା ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଝଡ଼ ତୋଫାନ ଯୋଗୁଁ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଆଶାନ୍ତ ରହିବା ଆଶଙ୍କା କରାଯାଇଛି । ତେବେ ୮ ତାରିଖ ଅର୍ଥାତ୍ ବୁଧବାର ଦିନ ଓଡ଼ିଶାରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବ ବୋଲି ବୁଲେଟିନ୍ ଜାରି କରି ସତର୍କ କରାଇଛି ପାଣିପାଗ ବିଭାଗ ।

ଉତର ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କାରଣରୁ ପାଣିପାଗରେ ପରିବର୍ତନ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହା ସହ କିଛି ସ୍ଥାନରେ ଝଡତୋଫାନ ନେଇ ବି ଆଶଙ୍କା ରହିଛି । ମୟୁରଭଞ୍ଜ, ବାଲେଶ୍ୱେର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂପୁର, କେନ୍ଦୁଝରେ ପ୍ରବଳରୁ ପ୍ରବଳ ବର୍ଷା ଜାରି ରହିଛି । ସେହିପରି ସମ୍ବଲପୁର, ଝାରସୁଗୁଡା, ପୁରୀ,ଖୋର୍ଦ୍ଧା,ଗଞ୍ଜାମ,ଦେଓଗଡ ,ଢେଙ୍କାନାଳରେ ଓ ସୁନ୍ଦରଗଡରେ ଅତି ପ୍ରବଳ ବର୍ଷାରୁ ଆଶଙ୍କା ରହିଛି ।

ଆସନ୍ତାକାଲି ସମ୍ବଲପୁର,ଦେଓଗଡ ଓ ବରଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ସୋନପୁର, କଳାହାଣ୍ଡି, ବୈାଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ଏହି ମସୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।