କନକ ବ୍ୟୁରୋ: ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ପୂର୍ବ ଭାଗ ଆଜି ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ପାଟନା, ବାଙ୍କୁରା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। ଏପରି ବର୍ଷା ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଜାରି ରହିବ। ୨୭ ତାରିଖ ଠାରୁ ବର୍ଷାର ପ୍ରକୋପ କମିବ।
୨୪ ଘଣ୍ଟା ମଧ୍ୟରେ ୭ଜିଲ୍ଲାରେ ପ୍ରବଳ ବର୍ଷା। ୨୭ତାରିଖ ଠାରୁ କମିବ ବର୍ଷାର ପ୍ରକୋପ
/kanak/media/post_attachments/wp-content/uploads/2023/07/odisha_rains.jpg)