ରାଜ୍ୟରେ ମୌସୁମୀ ସକ୍ରିୟ ! ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଲାଗି ରହିବ ବର୍ଷା 

ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ: ପ୍ରଭାବରେ ଏହିସବୁ ଜିଲ୍ଲାରେ ୨ଦିନ ଧରି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବି ବୋହିପାରେ ପବନ
କନକ ବ୍ୟୁରୋ : ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହ ଦକ୍ଷିଣ ଛତିଶଗଡ଼ରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ଉପରୋକ୍ତ କ୍ଷେତ୍ର ସହ ମିଶିଥିବାରୁ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଧରି ଓଡ଼ିଶାର ଅର୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୦ରୁ ୫୦କିମି ବେଗରେ ପବନ ବି ହୋଇପାରେ। ତେଣୁ ଉତ୍ତର ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବା ପାଇଁ ମତ୍ସଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ। ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ କରାଯାଇଛି।
publive-imageଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ଲାଗି ଅର୍ଧାଧିକ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି। କଳାହାଣ୍ଡି, ଗଞ୍ଜାମ, ପୁରୀ, ବରଗଡ଼, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ୪୮ ଘଣ୍ଟା ମଧ୍ୟରେ କେତେକ ବ୍ଲକରେ ୧୦୦ ମିମିରୁ ଅଧିକ ବର୍ଷା ହୋଇପାରେ। ଏବେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ଆହୁରି ବର୍ଷା ହେଲେ ଜଳବନ୍ଦୀ ପରି ସମସ୍ୟା ଉପୁଜିପାରେ। ତାହାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ସେହିପରି ନବରଙ୍ଗପୁର, ଗଜପତି, କୋରାପୁଟ, କନ୍ଧମାଳ, କଟକ, ଯାଜପୁର, ଢେଙ୍କାନାଳ, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
publive-image୭ ତାରିଖ ବେଳକୁ ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ବଲାଙ୍ଗୀର ଓ ସୋନପୁରରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ରାଜ୍ୟର ଅନ୍ୟ ଅଞ୍ଚଳଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି। ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ଲାଗି ରହିଛି। ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ତେବେ ଦକ୍ଷିଣ ଓଡ଼ିଶା ଅପେକ୍ଷା ବାଲେଶ୍ବରରୁ ପୁରୀ ପର୍ଯ୍ୟନ୍ତ ବର୍ଷା ପରିମାଣ ଅଧିକ ରହିବ। ଉତ୍ତର ପଶ୍ଚିମ ଓଡ଼ିଶାରେ ବି ପ୍ରବଳ ବର୍ଷା ରହିବ। ୮ ତାରିଖ ପରେ ବର୍ଷା ପରିମାଣ କମିପାରେ। ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ବର୍ଷାର ସମ୍ଭାବନା ନ ଥିବା ସେ ଆକଳନ କରିଛନ୍ତି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe