କନକ ବ୍ୟୁରୋ : ପୁଣି ଭିଜିବ ଓଡିଶା । ୧୮ ତାରିଖ ବେଳକୁ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ତାରିଖରୁ ୨୨ ପର୍ଯ୍ୟନ୍ତ ଉତର ଓଡିଶା, ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୨୨ ପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ବିଶେଷକରି ଖୋର୍ଦ୍ଧା,ନୟାଗଡ, କଟକ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛନ୍ତି ଆଚଂଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଲକ୍ଷ୍ମୀଧର ମହାପାତ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/09/RAIN.jpg)