କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଖୋର୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, କଟକ, ସୁନ୍ଦରଗଡ଼, ଜଗତସିଂହପୁର, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନାୟଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ସେଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୪ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ଆଶଙ୍କା ଥିବା ବେଳେ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଯାବତ ନୟାଗଡ଼ରେ ସର୍ବାଧିକ ୩୭.୦ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/06/Rain-Alert-Over-10-Districts_Weather_Thumbnail-1-750x430.jpg)