କନକ ବ୍ୟୁରୋ : ଗତ ୨୪ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଆଦି ରହିଛି। ଏହି ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ଅଗଷ୍ଟ ୧୯ରୁ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ଏଯାବତ ନୟାଗଡ଼ରେ ୩୫.୦ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୯.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/08/delhi-rains-5.jpg)