ଆଗାମୀ ୨୪ ଘଣ୍ଟା ପ୍ରବଳ ବର୍ଷିବ, ବଜ୍ରାଘାତର ରହିଛି ସମ୍ଭାବନା । ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

Advertisment
ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କଲା ପାଣିପାଗ ବିଭାଗ।

କନକ ବ୍ୟୁରୋ   : ରାଜ୍ୟରେ ଧୀରେଧୀରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାରେ ଲାଗିଛି। ଫଳରେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ରହିଥିବା ଏକ ଘୂର୍ଣ୍ଣବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି ଏବଂ ଏହା ଦକ୍ଷିଣ ଆଡ଼କୁ ଢଳି ରହିଛି।

ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଫଳରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଓ ମୌସୁମୀ ସକ୍ରିୟ ହେବ। ଓଡ଼ିଶାର ୧୦ଟି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଜ୍ଝ

ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର, ଭଦ୍ରକ୍, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳର ଗୋଟେ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଜ୍ଝଅଗଷ୍ଟ ୨୯ ତାରିଖ ପରେ ବର୍ଷାର ପରିମାଣ କମିବା ସହ କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଜ୍ଝ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe