ରାଜ୍ୟରେ ୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

Advertisment
ଆଗାମୀ ଦୁଇଦିନ ପ୍ରବଳ ବର୍ଷା! ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କନକ ବ୍ୟୁରୋ: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଆଦି ରହିଛି। ଏସବୁ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ,କଟକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। କାଳବୈଶାଖୀ ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୫ରୁ ୧୭ ତାରିଖ ମଧ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୭ରୁ ୧୯ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୩୪.୪ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ୧୭.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe