ଆଜି ଅବପାତର ରୂପ ନେବ ଲଘୁଚାପ : ୨୪ ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା; କେଉଁ ଦିନ କେଉଁଠି ହେବ ବର୍ଷା ?

ଆଜି ଅବପାତର ରୂପ ନେବ ଲଘୁଚାପ : ୨୪ ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା; କେଉଁ ଦିନ କେଉଁଠି ହେବ ବର୍ଷା ?

କନକ ବ୍ୟୁରୋ : ଆଜି ଅବପାତର ରୂପ ନେବ ଲଘୁଚାପ । ୨୪ ତାରିଖ ସକାଳେ ସୃଷ୍ଟି ହୋଇପାରେ ବାତ୍ୟା । ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ଆକଳନ ଅନୁସାରେ ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବାତ୍ୟା ସିତ୍ରାଙ୍ଗ । ଆଇଏମଡି ଜାରି କରିଥିବା ଗତିପଥ ଅନୁସାରେ ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ରହି ପଶ୍ଚିମବଙ୍ଗ ଓ ବାଂଲାଦେଶ ବାତ୍ୟା ମୁହାଁ ହେବ ।

୨୫ତାରିଖ ଅପରାହ୍ନରେ ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଉଛି । ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ନଥିବାରୁ ଭୟଭୀତ ନହେବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ତେବେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି ।

ବାତ୍ୟା ଓଡ଼ିଶା ଉପକୂଳର ସମାନ୍ତରାଳ ଭାବେ ସମୁଦ୍ର ଭିତରେ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ପବନର ବିଶେଷ ପ୍ରଭାବ ପଡ଼ିନପାରେ । ତେବେ ୨୩ ତାରିଖରୁ ବର୍ଷା ହୋଇପାରେ । ସେଥିପାଇଁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ତେବେ ୨୪ ତାରିଖରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଦିଆଯାଇଛି । ଏବଂ କେନ୍ଦୁଝର, ମୟୂରଭଂଜ, ଯାଜପୁର, ଖୋର୍ଦ୍ଧା, ପୁରୀ, ଗଂଜାମ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ସେହିପରି ୨୫ ତାରିଖ ପାଇଁ ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଦେଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe