୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତିନିଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୟେଲୋ ଓ୍ବାର୍ଣ୍ଣିଂ ଜାରି କରି ସତର୍କ କରାଇଲା ପାଣିପାଗ ବିଭାଗ ।
କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ତିନିଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର ଓ ଅନୁଗୁଳ ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Kanak News is now on WhatsApp
Join and get latest news updates delivered to you via WhatsApp
ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ବର ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହିଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ତାଳଚେରରେ ସର୍ବାଧିକ ତାପମାତ୍ରା ୩୬.୨ଡିଗ୍ରି ସେଲସିୟସ ବେଳେ ଫୁଲବାଣୀରେ ୨୦.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।