ପ୍ରବଳ ବର୍ଷା ନେଇ ଆଜି ରାଜ୍ୟର ୫ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅନ୍ୟ ୭ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ

297

କନକ ବ୍ୟୁରୋ : ପ୍ରବଳ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂଂ ଜାରି ହୋଇଛି । କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ବାଲେଶ୍ୱର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସବୁ ବନ୍ଦର ଗୁଡିକରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ବର୍ତମାନ ଲଘୁଚାପ ବର୍ଷାରୁ ମୁକ୍ତି ମିଳିନଥିବା ବେଳେ ୩ ଦିନ ପରେ ଆର୍ଥାତ୍ ଆସନ୍ତା ୨୩ ତାରିଖରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ପାଣିପାଗ ବିଭାଗର ଏପରି ପୂର୍ବାନୁମାନ ଚାଷୀ କୂଳଙ୍କୁ ପୁଣି ଚିନ୍ତାରେ ପକାଇଛି ।