ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ୩ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା । ୮ଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଜାରି କଲା ଅରେଞ୍ଜ ୱାର୍ଣ୍ଣିଂ

1,149

କନକ ବ୍ୟୁରୋ : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ୩ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଆରମ୍ଭ ହେବ । ତେବେ ବୁଧବାର ପାଇଁ ରାଜ୍ୟର ୮ଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଜାରି କରିଛି ଅରେଞ୍ଜ ୱାର୍ଣ୍ଣିଂ ।

ସେହି ଜିଲ୍ଲା ଗୁଡିକ ହେଲା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ପୁରୀ ଏବଂ ଗଞ୍ଜାମ । ଏହି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନୟାଗଡ, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।