କାଚୁଛି ବର୍ଷା, ଆହୁରି ବର୍ଷିବ । ଲଘୁଚାପର ରୂପ ନେଇପାରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ୧୮ ଜିଲ୍ଲାରେ ବର୍ଷା ଚେତାବନୀ

145

କନକ ବ୍ୟୁରୋ: କାଚୁଛି ବର୍ଷା, ଆହୁରି ବର୍ଷିବ । ୧୮ ଜିଲ୍ଲାକୁ ସତର୍କ ସୂଚନା । ଉତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତ୍ସିଂହପୁର, କଟକ, କେନ୍ଦୁଝର, ମୟୁରଭଂଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଆଜି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି । ଗତ କିଛି ଦିନ ତଳେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଣି ଲଘୁଚାପ ବର୍ଷା ଆଉଥରେ ବନ୍ୟା ଆଶଙ୍କା ସୃଷ୍ଟି କରିଛି ।