ପାଣିପାଗ ବିଭାଗର ଗୁରୁତ୍ୱପୂର୍ଣ୍ଣ ସୂଚନା । ୧୦ ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

613

କନକ ବ୍ୟୁରୋ : ଦେଶର ଅଧିକାଂଶ ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଓଡିଶାରେ ବି ପାକ୍ ମୌସୁମୀ ବର୍ଷା ଦେଖିବାକୁ ମିଳିଛି । ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷରା ସମ୍ଭାବନା ଥିବା କଥା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବାଲେଶ୍ବର ଆଦି ରହିଛି। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ କୁହାଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଗାମୀ ଦୁଇଦିନ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏହାପରେ ପୁଣି ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ପରେ ପାଗମୁଖ୍ୟତଃ ଶୁଖିଲା ରହିବ।

ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୩ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।