କନକ ବ୍ୟୁରୋ : ରାଜ୍ୟର ୨୩ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ହେବାର ସମ୍ଭାବନା ରହିଛି ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ସମୟରେ ପବନର ବେଗ ୫୦ରୁ ୬୦କିଲୋମିଟର ରହିବ । ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି ବୋଲି ସତର୍କ ସୂଚନା ଜରି କରିଛି ପାଣିପାଗ ବିଭାଗ ।
ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ମଧ୍ୟ ହୋଇପାରେ । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉପକୂଳ ଓଡ଼ିଶାରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହି କ୍ରମରେ ମାଲକାନଗିରିରେ ସର୍ବାଧିକ ତାପମାତ୍ର ୪୨.୨ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୨.୦ଡିଗ୍ରୀ ରେକର୍ଡ କରାଯାଇଛି ।