କାଲି ସୁଦ୍ଧା ସତର୍କ ରୁହ ୧୩ ଜିଲ୍ଲା । କାଳବୈଶାଖୀ ସହ ବଜ୍ରପାତ ବିପଦ ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ । ପଢ଼ନ୍ତୁ କେଉଁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…

14,132

କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣି ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୩ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।

ପାଣିପାଗ ବିଭାଗ ଟ୍ୱିଟ୍ କରି ସତର୍କ ସୂଚନାରେ କହିଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଭଳି ଜିଲ୍ଲା ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପଟେ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର ଏବଂ ଢ଼େଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକ ସହ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବଜ୍ରପାତ ବିପଦ ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାର କରିଛି ପାଣିପାଗ ବିଭାଗ।