କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ରାଜ୍ୟର ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ପୁରୀ ଆଦି ସାମିଲ ରହିଥିବା ବେଳେ ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୪ରୁ ୫ ତାରିଖ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ହେତୁ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/07/rain1.jpg)