୧୮ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ ସମ୍ଭାବନା : ପାଣିପାଗ ବିଭାଗର ସୂଚନା

36

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୫୦ରୁ ୬୦କିଲୋମିଟର ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି । ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ,  ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ,  ନୟାଗଡ଼,  ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବର୍ଷା ସହିତ କୁଆପଥର ମାଡ ମଧ୍ୟ ହୋଇପାରେ ।

heavy rain

ଏହି ସମୟରେ ଘରୁ ବାହାରିବା ବିପଦପୂର୍ଣ୍ଣ ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ବିଜୁଳି ମାରୁଥିବା ସମୟରେ କୌଣସି ବୈଦ୍ୟୁତିକ ସାମଗ୍ରୀ ବ୍ୟବହାର ନକରିବାକୁ ବି କୁହାଯାଇଛି । ଏହି କ୍ରମରେ ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ର ୪୧.୧ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ର ୨୦.୫ଡିଗ୍ରୀ ରେକର୍ଡ କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।