କନକ ବ୍ୟୁରୋ: ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆହୁରି ତିନି ଦିନ ବର୍ଷିବ। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ତିନି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ।

Advertisment

ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଶନିବାର ଓ ରବିବାର ମଧ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।