ବଦଳିଲା ରାଜଧାନୀର ପାଣିପାଗ । ଭୁବନେଶ୍ୱର ଓ ଆଖପାଖ ଅଂଚଳରେ ପ୍ରବଳ କୁଆପଥର ବର୍ଷା

Advertisment
ବଦଳିଲା ରାଜଧାନୀର ପାଣିପାଗ । ଭୁବନେଶ୍ୱର ଓ ଆଖପାଖ ଅଂଚଳରେ ପ୍ରବଳ କୁଆପଥର ବର୍ଷା

କନକ ବ୍ୟୁରୋ: ଆଜି ଅପରାହ୍ନରେ ରାଜଧାନୀରେ ହଠାତ୍ ବଦଳିଗଲା ପାଣିପାଗ । ପ୍ରବଳ ଖରାରେ ଝାଳ ବାହାରୁ ଥିବା ସମୟରେ ବଦଳିଥିଲା ପାଗ । ମାଡି ଆସିଥିଲା ବର୍ଷା ପବନ । ରାଜଧାନୀ ଓ ଏହାର ଆଖପାଖ ଅଂଚଳରେ ପ୍ରବଳ ବର୍ଷା ସହିତ କୁଆପଥର ବର୍ଷା ବି ହୋଇଥିଲା । ବେଶ୍ କିଛି ସମୟ ପାଇଁ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଥିଲା । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଅଂଶରେ ବର୍ଷା ହୋଇଥିବା ବେଳେ କିଛି ଅଂଶରେ ପ୍ରବଳ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି ।

ଅନ୍ୟପଟେ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ହେବା ସହ ପ୍ରବଳ ବେଗରେ ପବନ ବହିବାର ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ସ୍ଥିତିକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ବିଶେଷକରି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ ଜଗତସିଂହପୁରରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ଥିବାରୁ ଗଭୀର ସମୁଦ୍ରକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe