ରାତି ତମାମ ଲଗାଣ ବର୍ଷାରେ ବେହାଲ ମାଲକାନଗିରି : ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି

ତାମସା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ; ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଯାତାୟତ ବାଧାପାପ୍ତ

59

କନକ ବ୍ୟୁରୋ : ରାତି ତମାମ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ଜାତୀୟ ରାଜପଥ ଉପରେ ପାଣି ପ୍ରବାହିତ ହେଉଛି । ତାମସା ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଯାତାୟତ ବାଧାପାପ୍ତ ହୋଇଛି ।

ଅନ୍ୟପକ୍ଷରେ ଆସନ୍ତା ୧୦ ତାରିଖ ପାଖାପାଖି ଉତ୍ତର ଆଣ୍ଡାମାନ ସାଗରରେ ଲଗୁଚାପବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ଚିହ୍ନିତ ଲଘୁଚାପ ବଳୟରେ ପରିଣତ ହୋଇପାରେ । ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୪ରୁ ୫ ଦିନ ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୧୪ କିମ୍ବା ୧୫ ତାରିଖ ବେଳକୁ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳମୁହାଁ ହେବ ।

ଲଘୁଚାପବଳୟ ସୃଷ୍ଟି ହେବା ପରେ ଏହାର ଗତି ଉପରେ ସ୍ପଷ୍ଟ ଭାବେ କୁହାଯାଇପାରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ସେଭଳି ବଡ଼ ବର୍ଷା ନାହିଁ ।