ସୃଷ୍ଟି ହେଲା ଲଘୁଚାପ : ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

9,722

କନକ ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର. ଯାଜପୁର, କେନ୍ଦ୍ରାପଡା, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

୯ ଜିଲ୍ଲା ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨୧ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷାଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଅବଶିଷ୍ଟ ଓଡ଼ିଶାରେ ମଧ୍ୟ ଭଲ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଆସନ୍ତା ୨ ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ୨୨ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।