କନକ ବ୍ୟୁରୋ : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଗାମୀ ୨୪ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Advertisment

ଏଥିସହ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୋଳ , ସୋନପୁର, ବୌଦ୍ଧ, ବରଗଡ଼, ରାଗୟଡ଼ା, ବଲାଙ୍ଗିର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ମଧ୍ୟ ସମ୍ଭାବନା ରହିଛି । ସେଥିପାଇଁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।