ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା?

Advertisment
ଆସନ୍ତା ୯ରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଆଂଶିକ ମେଘାଚ୍ଛନ ରହିପାରେ ଦକ୍ଷିଣ ଓଡ଼ିଶା ଆକାଶ

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ରହିଛି। ଏସବୁ ଜିଲ୍ଲାକୁ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୭.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe