କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ୧୪ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।
Weather Forecast & Warning:
(Valid up to 0830 hrs IST of 15.07.2020) pic.twitter.com/se2dU7ZztA— Meteorological Centre, Bhubaneswar (@mcbbsr) July 14, 2020
ପାଣିପାଗ ବିଭାଗ ଟ୍ୱିଟ୍ କରି ସତର୍କ ସୂଚନାରେ କହିଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ମଙ୍ଗଳବାର ସୁଦ୍ଧା ରାଜ୍ୟର ୫ଟି ଜିଲ୍ଲା ଯଥା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର ଏବଂ କେନ୍ଦ୍ରାପଡ଼ା ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ବିପଦ ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢ଼େଙ୍କାନାଳ, ଯାଜପୁର ଏବଂ ବାଲେଶ୍ୱର ଭଳି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଏପରିକି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।