କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାକୁ ବିର୍ଷା ଓ ବଜ୍ରପାତ ବିପଦ । ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ।
Weather Forecast & Warning for next 24 Hrs:
(Valid up to 0830 Hrs IST of 22.06.2020) pic.twitter.com/XGjoWtHMR7— Meteorological Centre, Bhubaneswar (@mcbbsr) June 21, 2020
ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ କନ୍ଧମାଳ ଭଳି ସ୍ଥାନରେ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ରାଜ୍ୟର ଏହିସବୁ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।