କନକ ବ୍ୟୁରୋ : ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ,ଦେବଗଡ଼ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ସେହିପରି ମୟୁରଭଂଜ,ବାଲେଶ୍ୱର, ଯାଜପୁର, ଭଦ୍ରକ କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ଭିତରେ ସମୁଦ୍ର ଭିତରକୁ ମତ୍ସଜୀବୀଙ୍କୁ ନଯିବା ପାଇଁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/vlcsnap-2020-09-10-18h43m24s389.png)